Masthead

ପଥର କ୍ୱାରି ବିସ୍ଫୋରଣରେ ତିନିଜଣଙ୍କ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ତହସିଲଦାର

ରାୟଗଡ଼ା/ଗୁଣୁପୁର, (ବଡ଼ ଖବର ବ୍ୟୁରୋ): ରାୟଗଡା ଜିଲ୍ଲା ଗୁଣପୁର ଓକିଲଗୁଡ଼ା ପଥର କ୍ୱାରି ବିସ୍ଫୋରଣ ଘଟଣାରେ ନିଲମ୍ବିତ ହୋଇଛନ୍ତି ଗୁଣୁପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତ। ଗତ ୧୬ ତାରିଖରେ ଓକିଲଗୁଡ଼ାଠାରେ ବେଆଇନ ପଥର ଖଦାନରେ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିଲା ଏବଂ ୯ ଜଣ ଗୁରୁତର ଆହତ ହୋଇଥିଲେ। ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ଜିଲ୍ଲା ପ୍ରଶାସନ ଅତ୍ୟନ୍ତ ଗୁରୁତ୍ୱର ସହ ଗ୍ରହଣ କରିଛି।

ଏହି ଘଟଣାରେ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ଗତ ୧୯ ତାରିଖରେ ଗୁଣୁପୁର ଅତିରିକ୍ତ ରାଜସ୍ୱ ନିରୀକ୍ଷକ ଅନୁପ ମାର୍ଥାଙ୍କୁ ନିଲମ୍ବନ କରିଥିଲେ। ଏଥିସହ ତହସିଲଦାରଙ୍କୁ ନିଲମ୍ବନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଜିଲ୍ଲାପାଳ ସୁପାରିସ କରିଥିଲେ। ରାଜ୍ୟ ସରକାର ଆଜି ତହସିଲଦାର ସାବତଙ୍କୁ ନିଲମ୍ବନ କରିଛନ୍ତି। ଏହି ଘଟଣାରେ ପୋଲିସ କ୍ରସର ଅପରେଟରଙ୍କୁ ଗିରଫ କରିଥିବାବେଳେ ଖାଦାନ ମାଲିକ ଫେରାର ଅଛନ୍ତି। ଖୁବଶୀଘ୍ର ତାଙ୍କୁ ଗିରଫ କରାଯିବ ବୋଲି ଏସଡିପିଓ ରାଜକିଶୋର ଦାସ କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ