Masthead

ମୋଦିଙ୍କ ବୈଠକକୁ ଯିବେ ଗୁପକାର ମେଣ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ ଓ କାଶ୍ମୀରର ନେତାମାନଙ୍କ ସହ ଆଲୋଚନ। କରିବେ । ଏଥିରେ ମୋଟ ୮ଟି ରାଜନେିତିକ ବ୍ୟକ୍ତି ବିଶେଷଙ୍କୁ ଯୋଗ ଦେବାକୁ ନିମନ୍ତ୍ରଣ କରାଯାଇଛି । ତେବେ ଏଥିରେ ଗୁପକାର ଆଲାଏନସ ଏଥିରେ ଯୋଗ ଦେବ କି ନା ସେ ନେଇ ବହୁ କଳ୍ପନା ଜଳ୍ପନା ଚାଲୁଥିବା ବେଳେ ଏନେଇ ଏବେ ସ୍ପଷ୍ଟତା ମିଳିଛି । ଗୁପକାର ଆଲାଏନସର ଫାରୁକ ଅବଦୁଲାଙ୍କ ବାସଭବନରେ ଅନୁଷ୍ଠିତ ମେଣ୍ଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀଙ୍କ ସହ ବୈଠକରେ ଏହି ଫାରୁକଙ୍କ ସମେତ ପିଡିପି ମୁଖ୍ୟ ମେହବୁବା ମୁଫତି ଓ ସିପିଆଇଏମ ନେତା ମହମ୍ମଦ ୟୁସୁଫ ମଧ୍ୟ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ଏହି ବୈଠକରେ କେଉଁ ପ୍ରସଙ୍ଗରେ ଆଲୋଚନା କରିବେ ତାହା ସ୍ପଷ୍ଟ ହୋଇନି । କିନ୍ତୁ ଜମ୍ମୁ କାଶ୍ମୀରକୁ ପୁଣି ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଫେରାଇ ଆଣିବାକୁ ଏହି ନେତାମାନେ ଚେଷ୍ଟା କରିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ