Masthead

୫ଜିଲ୍ଲାରେ କୁଆପଥର ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ କିଛି ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ପବନ ବେଗ ୩୦ରୁ ୪୦ କିମିରେ ପହଞ୍ଚିବ ବୋଲି ଜଣା ପଡ଼ିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହ ୩୦ରୂୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି । ସେହିପରି କୁଆପଥର ବର୍ଷା ହେବାକୁ ଥିବା ଜିଲ୍ଲା ମାନଙ୍କ ମଧ୍ୟରେ ରହିଛି କେନ୍ଦୁଝର, ଯାଜପୁର, ଭଦ୍ରକ, ଏବଂ ବାଲେଶ୍ୱର । ଏହି ୫ଟି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ