Masthead

୯୨ ବର୍ଷରେ ପାଦ ଦେଲେ ସ୍ୱର ସାମ୍ରାଜ୍ଞୀ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଜି ହେଉଛି କୋକିଳ କଣ୍ଠୀ, ସୁର ସମ୍ରାଜ୍ଞୀ, ଭାରତ ରତ୍ନ ଲତା ମଙ୍ଗେସକରଙ୍କ ଜନ୍ମଦିନ । ୯୨ ବର୍ଷରେ ପାଦ ଦେଲେ କୋକିଳ କଣ୍ଠୀ । ଆଜିର ଦିନରେ ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ଲତା ମଙ୍ଗେସକର । ଲତାମଙ୍ଗେସକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ଥାଏଟର ଆର୍ଟିଷ୍ଟ ଥିଲେ । ପିଲା ବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା ।

ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା । ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର । ୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦୀ ଓ ମାରଠୀ ଭାଷାରେ ୮ଟି ସଙ୍ଗୀତରେ କଣ୍ଠଦାନ କରିଥିଲେ। ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ ।

ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା ମଙ୍ଗେସକର ।୧୯୬୩ ମସିହା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଦେଶାତ୍ମକ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ଅନେକ ଲୋକଙ୍କ ମନକୁ ଛୁଇଁଥିଲା । ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଏହାପରେ ପରେ ଲତା ମଙ୍ଗେସକର ଲଗଜା ଗଲେ, ପ୍ୟାର କା ନଗମା, ସିସା ହୋୟା ଦିଲ, ତେରେ ବିନା ଜିନ୍ଦେଗୀ ସେ କୋଇ ସିଖବା ନେହିଁ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା