Masthead

ହାର୍ଦ୍ଦିକ ପାଣ୍ଡ୍ୟା ଧରିବେ ଟିମ୍ ମଙ୍ଗ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ସିରିଜ । ଚଳିତ ବର୍ଷ ଶେଷ ଭାଗରେ ଭାରତରେ ଦିନିକିଆ ବିଶ୍ୱକପ ଖେଳାଯିବାକୁ ଥିବା ବେଳେ ଉଭୟ ଦଳ ପାଇଁ ଏହି ସିରିଜ ବେଶ ଗୁରୁତ୍ୱପୂର୍ଣ୍ଣ । ଏହି ମ୍ୟାଚରେ ରୋହିତ ଶର୍ମା ପ୍ରଥମ ଦିନିକିଆ ଖେଳିବେ ନାହିଁ । ତେଣୁ ରୋହିତଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆର ମଙ୍ଗ ଧରିବେ । ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ଶୃଙ୍ଖଳାକୁ ଜିତିବା ପରେ ଦିନିକିଆରେ ଦମ୍ ଦେଖାଇବା ପାଇଁ ଭାରତୀୟ କ୍ରିକେଟ୍ ଦଳ ଅଭ୍ୟାସ ଆରମ୍ଭ କରିଛି ।

ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମ୍‌ରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ଖେଳାଯିବ । ପାରିବାରିକ କାରଣରୁ ପ୍ରଥମ ମ୍ୟାଚ୍‌ରେ ରୋହିତ ଶର୍ମା ଖେଳିବେନି । ତେଣୁ ତାଙ୍କ ସ୍ଥାନରେ ହାର୍ଦ୍ଦିକ ଦଳର ନେତୃତ୍ୱ ନେଉଛନ୍ତି । ବୁଧବାର ହାର୍ଦ୍ଦିକ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ । ତେବେ ଅଭ୍ୟାସକୁ ବିରାଟ କୋହଲି, ଶୁବମନ ଗିଲ୍‌, କେଏଲ୍ ରାହୁଲ, ରବୀନ୍ଦ୍ର ଜାଦେଜା ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ୍ ଆସିନଥିଲେ । ପିଠିରେ ଯନ୍ତ୍ରଣା ଯୋଗୁଁ ଦିନିକିଆରୁ ଓହରି ଯାଇଥିବା ଶ୍ରେୟସ ଆୟରଙ୍କ ବଦଳରେ ଇଶାନ କିଶନ ଓ ସୂର୍ୟ୍ୟକୁମାର ଯାଦବଙ୍କ ଉପରେ ବ୍ୟାଟିଂ ଭାର ନିର୍ଭର କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ