ହାର୍ଦ୍ଦିକ ପାଣ୍ଡ୍ୟା ଧରିବେ ଟିମ୍ ମଙ୍ଗ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ ସିରିଜ । ଚଳିତ ବର୍ଷ ଶେଷ ଭାଗରେ ଭାରତରେ ଦିନିକିଆ ବିଶ୍ୱକପ ଖେଳାଯିବାକୁ ଥିବା ବେଳେ ଉଭୟ ଦଳ ପାଇଁ ଏହି ସିରିଜ ବେଶ ଗୁରୁତ୍ୱପୂର୍ଣ୍ଣ । ଏହି ମ୍ୟାଚରେ ରୋହିତ ଶର୍ମା ପ୍ରଥମ ଦିନିକିଆ ଖେଳିବେ ନାହିଁ । ତେଣୁ ରୋହିତଙ୍କ ବଦଳରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆର ମଙ୍ଗ ଧରିବେ । ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ଶୃଙ୍ଖଳାକୁ ଜିତିବା ପରେ ଦିନିକିଆରେ ଦମ୍ ଦେଖାଇବା ପାଇଁ ଭାରତୀୟ କ୍ରିକେଟ୍ ଦଳ ଅଭ୍ୟାସ ଆରମ୍ଭ କରିଛି ।

ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମ୍‌ରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ଖେଳାଯିବ । ପାରିବାରିକ କାରଣରୁ ପ୍ରଥମ ମ୍ୟାଚ୍‌ରେ ରୋହିତ ଶର୍ମା ଖେଳିବେନି । ତେଣୁ ତାଙ୍କ ସ୍ଥାନରେ ହାର୍ଦ୍ଦିକ ଦଳର ନେତୃତ୍ୱ ନେଉଛନ୍ତି । ବୁଧବାର ହାର୍ଦ୍ଦିକ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ । ତେବେ ଅଭ୍ୟାସକୁ ବିରାଟ କୋହଲି, ଶୁବମନ ଗିଲ୍‌, କେଏଲ୍ ରାହୁଲ, ରବୀନ୍ଦ୍ର ଜାଦେଜା ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ୍ ଆସିନଥିଲେ । ପିଠିରେ ଯନ୍ତ୍ରଣା ଯୋଗୁଁ ଦିନିକିଆରୁ ଓହରି ଯାଇଥିବା ଶ୍ରେୟସ ଆୟରଙ୍କ ବଦଳରେ ଇଶାନ କିଶନ ଓ ସୂର୍ୟ୍ୟକୁମାର ଯାଦବଙ୍କ ଉପରେ ବ୍ୟାଟିଂ ଭାର ନିର୍ଭର କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!