Masthead

ଶପଥ ନେଲେ ହରିବାବୁ କମ୍ଭମପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ଆଜିଠୁ ନୂଆ ରାଜ୍ୟପାଳ ହେଲେ ହରିବାବୁ କମ୍ଭମପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ରାଜଭବନର ଅଭିଷେକ ହଲ୍‌ରେ ସେ ବିଧିବଦ୍ଧ ଭାବେ ଶପଥ ନେଇଛନ୍ତି। ତାଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଶପଥ ଗ୍ରହଣ କରାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂ ଦେଓ ଉପସ୍ଥିତ ଥିଲେ। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ହରିବାବୁ କମ୍ଭମପତି । ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ ।

ଓଡ଼ିଶାର ରାଜ୍ୟପାଳ ପଦରୁ ରଘୁବର ଦାସ ଇସ୍ତଫା ଦେବା ପରେ କେନ୍ଦ୍ର ସରକାର ଡ. କମ୍ଭମପତିଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଥିଲେ । ୭୧ ବର୍ଷିୟ ଡ. କମ୍ଭମପତି ପୂର୍ବରୁ ମିଜୋରାମ୍‌ ରାଜ୍ୟପାଳ ଥିଲେ । ଜଣେ ଇଞ୍ଜିନିୟର ଓ ଶିକ୍ଷକ ଭାବେ ସେ ବେଶ୍‌ ପରିଚିତ । ଆନ୍ଧ୍ର ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର ଭାବେ ଦୀର୍ଘ ୨୪ ବର୍ଷର ଅନୁଭୂତି ତାଙ୍କ ପାଖରେ ରହିଛି । ଏହାଛଡ଼ା ଆନ୍ଧ୍ରରେ ୧୯୯୯ରେ ବିଧାୟକ, ୨୦୧୪ରେ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ସହ ସାଂସଦ ଭାବେ ନିର୍ବାଚିତ ହୋଇ କାମ କରିଛନ୍ତି । ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ଦଳର ଜାତୀୟ କାର୍ଯ୍ୟକାରିଣୀରେ କାମ କରିଛନ୍ତି । ତାଙ୍କୁ ମିଜୋରାମ୍‌ ରାଜଭବନ ତରଫରୁ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି