Masthead

ଡିଭାଇଡରରେ ପିଟି ହେଲା ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ କାର, ହରିଶ ରାୱତଙ୍କ ଛାତିରେ ଲାଗିଛି ଆଘାତ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ସଡକ ଦୁର୍ଘଟଣାର ଶିକାର ହୋଇଛନ୍ତି । ଉତ୍ତରାଖଣ୍ଡ ସିଂ ନାଗର କାଶୀପୁରରେ ତାଙ୍କ କାର ଏକ ଡିଭାଇଡରକୁ ଧକ୍କା ଦେଇଥିଲା । ହରିଶ ରାୱତଙ୍କ ଛାତିରେ ଆଘାତ ଲାଗିଥିବା ଜଣାପଡିଛି। ସେ ହାଲଡୱାନିରୁ କାଶିପୁର ଅଭିମୁଖେ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗାଡିଟି ଭାଙ୍ଗି ଚୁରମାର ହୋଇଯାଇଛି ।

ଏହି ଦୁର୍ଘଟଣାର ଖବର ପାଇବା କ୍ଷଣି ପୋଲିସ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚି ହରିଶଙ୍କୁ ହସ୍ପିଟାଲ ପଠାଇବା ସହ ଘଟଣାର ଯାଞ୍ଚ କରୁଛି । ପ୍ରଥମେ ହରିଶଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପରେ ତାଙ୍କୁ ଅନ୍ୟ ହସ୍ପିଟାଲକୁ ପଠାଯାଇଥିଲା । ମିଳିଥିବା ସୂଚନା ମୁତାବକ, ହରିଶ ନିଜର ପିଏସଓ ଓ ଅନ୍ୟ ସହଯୋଗୀଙ୍କ ସହ ଏକ ସାମ୍ବାଦିକ ସମ୍ମିଳନୀ କରିବାକୁ କାଶିପୁର ଯାଉଥିଲେ । କିନ୍ତୁ ଗାଡିଟି ଡିଭାଇଡରରେ ପିଟି ହୋଇଯିବା କାରଣରୁ ହରିଶଙ୍କ ଛାତି ସହ ମୁଣ୍ଡ ଓ ହାତରେ ମଧ୍ୟ ଆଘାତ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ