Masthead

ଓଭରଟେକ୍ ନେଲା ୬ ଜୀବନ 

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣାରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ଏକ ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଯେଉଁଥିରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।  ଏଥିସହ ୧୨ରୁ ଅଧିକ ପିଲା ଆହତ ହୋଇଛନ୍ତି।  ବସ୍ ଡ୍ରାଇଭର ଓଭରଟେକ୍ କରିବାକୁ ଚେଷ୍ଟା କରୁଥିବାରୁ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ବସ ଚାଳକ ଜଣଙ୍କ ମଦ ପିଇଥିବା ଜଣାପଡିଛି ।

ଭାରସାମ୍ୟ ହରାଇବାରୁ ଏଭଳି ଏକ ଦୁର୍ଘଟଣା ଘଟିଛି । ବସ ଚାଳକ ଏବେ ଗିରଫ ହୋଇଛନ୍ତି । ସ୍ଥାନୀୟ ମିଡିଆର ରିପୋର୍ଟ ଅନୁଯାୟୀ ବସ ଡ୍ରାଇଭର ଜଣଙ୍କ ମଦ ପିଇବା ସହିତ ବେପରୁଆ ଭାବେ ଗାଡି ଚଳାଉଥିଲେ । ଏବେ ଗିରଫ ହେବା ପରେ ସଂପୃକ୍ତ ଡ୍ରାଇଭରଙ୍କ ମେଡିକାଲ ପରୀକ୍ଷା ହେବ । ଏହାପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ