୧୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୦ କୋଟି ଭୋଟର

ହରିୟାଣା (ବଡ଼ ଖବର ବ୍ୟୁରୋ): ଭୋଟ ଦେଉଛି ହରିୟାଣା । ସମସ୍ତ ୯୦ଟି ଆସନରେ ଚାଲିଛି ମତଦାନ । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ ମତଦାନ । ୧୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୦ କୋଟି ଭୋଟର । ମତ ସାବ୍ୟସ୍ତ କରିବେ ୨ କୋଟିରୁ ଅଧିକ ଲୋକ । ଆସନ୍ତା ୮ ତାରିଖରେ ଭୋଟ୍‌ ଗଣତି ସହ ପ୍ରକାଶ ପାଇବ ରେଜଲ୍ଟ । ରାଜନୈତିକ ଦୃଷ୍ଟି କୋଣରୁ ଏହି ନିର୍ବାଚନ ବେଶ ଗୁରୁତ୍ୱପୂର୍ଣ୍ଣ। ବିଜେପି ଏଥର ନିର୍ବାଚନ ଜିତି ପୁଣି କ୍ଷମତାକୁ ଫେରିବାକୁ ଉଦ୍ୟମ କରୁଥିବା ବେଳେ କଂଗ୍ରେସ ହରିୟାଣା ହାତେଇବାକୁ ପ୍ରାଣମୁର୍ଛା ଉଦ୍ୟମ କରିଛି। ଆଜିର ଭୋଟିଂ ରେଜଲ୍ଟ କାହା ସପକ୍ଷରେ ଯାଉଛି ତା’ ଉପରେ ନଜର। ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟିଂ ରେକର୍ଡ କରିବା ପାଇଁ ହରିଆଣାବାସୀଙ୍କୁ ଅପିଲ କରିଛନ୍ତି। ସେ ସୋଶାଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି କହିଛନ୍ତି, ‘ଆଜି ହରିଆଣା ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଚାଲିଛି।

ଗଣତନ୍ତ୍ରର ଏହି ପବିତ୍ର ପର୍ବରେ ଅଂଶଗ୍ରହଣ କରିବାକୁ ମୁଁ ସମସ୍ତ ଭୋଟରଙ୍କୁ ନିବେଦନ କରୁଛି। ଭୋଟ୍ ଦେବାରେ ଏକ ନୂତନ ରେକର୍ଡ ସୃଷ୍ଟି କରନ୍ତୁ। ଏହି ଅବସରରେ ରାଜ୍ୟର ସମସ୍ତ ଯୁବ ବନ୍ଧୁଙ୍କୁ ମୋର ଶୁଭେଚ୍ଛା, ଯେଉଁମାନେ ପ୍ରଥମ ଥର ପାଇଁ ଭୋଟ୍ ଦେବାକୁ ଯାଉଛନ୍ତି।’ଏଥର ହରିଆଣାରେ ମୁଖ୍ୟତଃ ତିନି ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ଆପ୍ ମଧ୍ୟରେ ସିଧା ଲଢ଼େଇ ହେଉଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ। ହରିଆଣାର ୯୦ ବିଧାନସଭା ଆସନ ପାଇଁ ଏଥର ମୈଦାନରେ ଅଛନ୍ତି ୧ ହଜାର ୩୧ ଜଣ ପ୍ରାର୍ଥୀ। ଭୋଟ ଗ୍ରହଣ ପାଇଁ ସାରା ରାଜ୍ୟରେ ୨୦ ହଜାର ୬୩୨ ପୋଲିଂ ବୁଥ୍‌ କରାଯାଇଛି। ସବୁ ବୁଥରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ପାଖାପାଖି ୩୦ ହଜାର ପୁଲିସ କର୍ମୀ ଓ ୨୨୫ ପାରାମିଲିଟାରୀ ନିୟୋଜିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’