Masthead

ନୁହର ହିଂସା, ମୁଖ୍ୟମନ୍ତ୍ରୀଙ୍କ ଷଡଯନ୍ତ୍ର: ରଣଦୀପ ସୁରଜେୱାଲା

ହରିୟାଣା (ବଡ଼ ଖବର ବ୍ୟୁରୋ):  ହରିୟାଣା ନୁହରେ ଘଟିଥିବା ହିଂସାକୁ ନେଇ କଂଗ୍ରେସ ନେତା ରଣଦୀପ ସୁରଜେୱାଲାଙ୍କ ବଡ ବୟାନ । ସେ ରାଜ୍ୟର ମନୋହର ଲାଲ ଖଟ୍ଟର ସରକାରଙ୍କୁ ଟାର୍ଗଟ କରିଛନ୍ତି । କହିଛନ୍ତି ହିଂସା ଘଟିବ ବୋଲି ମୁଖ୍ୟମନ୍ତ୍ରୀ ଜାଣିଥିଲେ । ସେ ଏହାକୁ ସରକାରଙ୍କ ଷଡଯନ୍ତ୍ର ବୋଲି ମଧ୍ୟ କହିଛନ୍ତି। ବିଜେପି ଏବଂ ଜେଜେପି ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି ଯେ ଏହି ହିଂସା ରାଜ୍ୟ ସରକାରଙ୍କ ଷଡଯନ୍ତ୍ରର ଏକ ଅଂଶ। ସେ ପ୍ରଶ୍ନ କରି କହିଛନ୍ତି, “ଗୁପ୍ତଚର ଇନପୁଟ୍ ଖଟ୍ଟର ସରକାରଙ୍କ ସହ ଥିଲା, ଖଟ୍ଟର ସରକାର କାହିଁକି କାର୍ଯ୍ୟ କଲେ ନାହିଁ? ଷଡଯନ୍ତ୍ରର ଏକ ଅଂଶ ଭାବରେ ସରକାର ନିରବ ଭାବରେ ବସିଥିଲେ?” ଏଥିସହ ନୁହ ଏସପିଙ୍କୁ କାହିଁକି ଛୁଟିରେ ପଠାଗଲା ବୋଲି ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି।

ହରିୟାଣାର ନୁହ ଜିଲ୍ଲା ନନ୍ଦ ଗାଁ ନିକଟରେ ବିଶ୍ୱ ହିନ୍ଦୁ ପରିଷଦ କର୍ମୀମାନେ ଏକ ଶୋଭାଯାତ୍ରା ବାହାର କରିଥିବାବେଳେ ଗୋଷ୍ଠୀସଂଘର୍ଷରୁ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକଙ୍କ ଗୁଳିରେ ୨ଜଣ ହୋମଗାର୍ଡଙ୍କ ମୃତ୍ୟୁ ଘଟିଥିବାବେଳେ ହିଂସା ରୋକିବା ପାଇଁ ନିୟୋଜିତ ଥିବା ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ହୋଦାଲ ଡିଏସ୍‌ପି ସାଜ୍ଜନ ସିଂଙ୍କ ମୁଣ୍ଡରେ ଗୁଳି ବାଜିଥିବାବେଳେ ଜଣେ ଇନ୍ସପେକ୍ଟରଙ୍କ ପେଟରେ ଗୁଳି ବାଜିଛି। ଉତ୍ତ୍ୟକ୍ତ ଲୋକେ ୪ଟି ଗାଡ଼ି ଓ ଗୋଟିଏ ଦୋକାନ ଜାଳିଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ