Masthead

ଦଶହରାରେ ଶପଥ ନେଇ ପାରନ୍ତି ହରିୟାଣାର ନୂଆ ସରକାର

ହରିୟାଣ (ବଡ଼ ଖବର ବ୍ୟୁରୋ): ହରିୟାଣା ବିଧାନସଭା ନିର୍ବାଚନରେ ବିଜେପି ବିଜୟୀ ହେବା ସହ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ନାୟବ ସିଂ ସାଇନି ପୁନର୍ବାର ଏହି ପଦରେ ରହିବେ ବୋଲି ବିଜେପି ନେତାମାନେ କହିଛନ୍ତି। ନିର୍ବାଚନର ମାତ୍ର କେଇମାସ ପୂର୍ବରୁ ବିଜେପି ବରିଷ୍ଠ ନେତା ମନୋହରଲାଲ୍‌ ଖଟ୍ଟାରଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ଓବିସି ନେତା ସାଇନିଙ୍କୁ ମୁଖ୍ୟମନ୍ତ୍ରୀ କରିଥିଲା। ଦଳର ଏଭଳି ନିଷ୍ପତ୍ତି ଅନେକଙ୍କୁ ବିସ୍ମିତ କରିଥିଲା।

ଲୋକ ସଭା ନିର୍ବାଚନରେ ବିଜେପିର ପ୍ରଦର୍ଶନ ଭଲ ହୋଇ ନ ଥିବାବେଳେ ସାଇନିଙ୍କ ନେତୃତ୍ୱରେ ଦଳ ବିଧାନସଭା ନିର୍ବାଚନରେ ଐତିହାସିକ ସଫଳତା ହାସଲ କରିବା ସହ ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ପ୍ରମାଣିତ କରିଛି। ତେବେ ହରିୟାଣାରେ ହ୍ୟାଟ୍ରିକ ମାରିଛି ବିଜେପି। ବିଧାନସଭା ନିର୍ବାଚନରେ ବିଜେପି ଲଗାତର ତୃତୀୟ ଥର ପାଇଁ ବଡ଼ ବିଜୟ ହାସଲ କରିଛି। ଏହି ବିଜୟ ପରେ ଏଠାରେ ଏବେ ଆରମ୍ଭ ହୋଇଯାଇଛି ନୂଆ ସରକାର ଗଠନ ପ୍ରସ୍ତୁତି। ଦଳୀୟ ସୂତ୍ର ମୁତାବକ ଦଶହରା ଦିନ ଶପଥ ନେବେ ହରିୟାଣାର ମୁଖ୍ୟମନ୍ତ୍ରୀ। ତାଙ୍କ ସହ ମନ୍ତ୍ରୀମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରଖାଯାଇଛି। ଏହା ପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ବିଧାୟକ ଦଳ ନେତା ଚୟନ କରାଯିବ।

ଏମିତିରେ ପାର୍ଟି ହାଇକମାଣ୍ଡଙ୍କ ପକ୍ଷରୁ ନାୟବ ସିଂହ ସୈନିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନେଇ ଗ୍ରୀନ ସିଗ୍‌ନାଲ ମିଳି ସାରିଛି। କିନ୍ତୁ ପ୍ରକ୍ରିୟା ଅନୁସାରେ ପୁଣି ଥରେ ବିଧାୟକ ଦଳ ନେତା ଚୟନ କରାଯିବ। ସେପଟେ ନୂଆ ସରକାରର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବା ପାଇଁ ଆରମ୍ଭ ହୋଇଗଲାଣି ରେସ୍‌। ନିର୍ବାଚନ ଫଳାଫଳ ଆସିବା ପରେ କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଦିଲ୍ଲୀ ବାସଭବନରେ ଅନେକ ନେତାଙ୍କ ଭିଡ଼ ଜମିଛି। ବିଜେପି ନିର୍ବାଚନ ପ୍ରଭାରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସହ ପ୍ରଭାରୀ ବିପ୍ଳଦ ଦେବ ମନୋହର ଲାଲଙ୍କ ସହିତ ବସି ପ୍ରସ୍ତୁତ କରିଛନ୍ତି ରଣନୀତି। ଏହି ବୈଠକରେ କିଏ ହେବ ମନ୍ତ୍ରୀ, ତାକୁ ନେଇ ଆଲୋଚନା ହୋଇଛି। ଏଥିସହ ଅନ୍ୟାନ୍ୟ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରିଛନ୍ତି ବିଜେପି ନେତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ