Masthead

୧୦ ଫୁଟ ତଳକୁ ଖସିଲା ସ୍କୁଟି, ଚାଲିଗଲା ତିନି ଜୀବନ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ୧୦ ଫୁଟ ତଳକୁ ଖସିଲା ସ୍କୁଟି । ଚାଲିଗଲା ତିନି ଜଣଙ୍କ ଜୀବନ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲାର ରାଇକିଆ ଥାନା ମଣ୍ଡାକିଆ ବୁଡାମାହା ବ୍ରିଜ ନିକଟରେ । ବିଳମ୍ବିତ ରାତିରେ ପାବୁରିଆରୁ ରାଇକିଆ ଆସୁଥିବା ବେଳେ ସ୍କୁଟିଟି ଭାରସାମ୍ୟ ହରାଇ ଏକ ଖୁଣ୍ଟରେ ବାଡ଼େଇ ହେବା ପରେ ବ୍ରିଜ୍ ତଳକୁ ଖସି ପଡ଼ିଥିଲା । ସ୍କୁଟିରେ ଥିବା ୩ ଜଣ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।

ଘଟଣାସ୍ଥଳରେ ରାଇକିଆ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମଧ୍ୟରୁ ଜଣଙ୍କ ଘର ବେରେଡାକିଆରେ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଘର ଡଲାବାଲିର ବୋଲି ଜଣାପଡ଼ିଛି ।ଏମାନେ ହେଲେ ବସନ୍ତ ପଣ୍ଡା, ବ୍ରହ୍ମାନନ୍ଦ ଭୋଇ ଓ କୁସଲ ଦିଗାଲ । ସମସ୍ତେ ଦଣ୍ଡ ନାଚ ଦେଖି ବିଳମ୍ବିତ ରାତିରେ ଏକ ସ୍କୁଟି ଯୋଗେ ଘରକୁ ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି। ଦୁର୍ଘଟଣାସ୍ଥଳରେ ହିଁ ୩ଜଣଙ୍କର ମୃତ୍ୟୁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ