Masthead

୧୦ ଫୁଟ ତଳକୁ ଖସିଲା ସ୍କୁଟି, ଚାଲିଗଲା ତିନି ଜୀବନ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ୧୦ ଫୁଟ ତଳକୁ ଖସିଲା ସ୍କୁଟି । ଚାଲିଗଲା ତିନି ଜଣଙ୍କ ଜୀବନ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲାର ରାଇକିଆ ଥାନା ମଣ୍ଡାକିଆ ବୁଡାମାହା ବ୍ରିଜ ନିକଟରେ । ବିଳମ୍ବିତ ରାତିରେ ପାବୁରିଆରୁ ରାଇକିଆ ଆସୁଥିବା ବେଳେ ସ୍କୁଟିଟି ଭାରସାମ୍ୟ ହରାଇ ଏକ ଖୁଣ୍ଟରେ ବାଡ଼େଇ ହେବା ପରେ ବ୍ରିଜ୍ ତଳକୁ ଖସି ପଡ଼ିଥିଲା । ସ୍କୁଟିରେ ଥିବା ୩ ଜଣ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ।

ଘଟଣାସ୍ଥଳରେ ରାଇକିଆ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଶବକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମଧ୍ୟରୁ ଜଣଙ୍କ ଘର ବେରେଡାକିଆରେ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଘର ଡଲାବାଲିର ବୋଲି ଜଣାପଡ଼ିଛି ।ଏମାନେ ହେଲେ ବସନ୍ତ ପଣ୍ଡା, ବ୍ରହ୍ମାନନ୍ଦ ଭୋଇ ଓ କୁସଲ ଦିଗାଲ । ସମସ୍ତେ ଦଣ୍ଡ ନାଚ ଦେଖି ବିଳମ୍ବିତ ରାତିରେ ଏକ ସ୍କୁଟି ଯୋଗେ ଘରକୁ ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି। ଦୁର୍ଘଟଣାସ୍ଥଳରେ ହିଁ ୩ଜଣଙ୍କର ମୃତ୍ୟୁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ