ହାଟପଡା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଅପରାଧ । ପ୍ରଶାସନ ଏହାକୁ ରୋକିବା ପାଇଁ ଅନେକ ପଦକ୍ଷେପ ନେଉଥିଲେ ମଧ୍ୟ ତାହା ସଫଳରୂପେ କାର୍ଯ୍ୟକାରୀ ହୋଇପାରୁନାହିଁ । ଗତକାଲି ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହାଟପଡ଼ାରେ ହୋଇଥିବା ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଦେବ ବାଗକୁ ଆଜି ସମ୍ବଲପୁର ପୋଲିସ ଗିରଫ କରିଛି। ଏନେଇ ସମ୍ବଲପୁର ସଦର ଏସଡିପିଓ ତପନ ମହାନ୍ତି ସୂଚନା ଦେଇଛନ୍ତି।

ସୁଚନା ଅନୁଯାୟୀ, ଗତକାଲି ଏହି ହତ୍ୟାକାଣ୍ଡ ପରେ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ୩ଟି ସ୍ୱତନ୍ତ୍ର ଟିମ ଗଠନ କରିଥିଲା। ସମ୍ବଲପୁର ପୋଲିସ ଏହି ଘଟଣାକୁ ଗୁରୁତ୍ୱ ଦେବା ସହ ଆଜି ମୁଖ୍ୟ ଅଭିଯୁକ୍ତ ଦେବ ବାଗ କୁ ଗିରଫ କରିଛି ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଗିରଫ ଅଭିଯୁକ୍ତ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ୮ଟି କେଶ ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଆଜି ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯିବ। ଦରକାର ପଡିଲେ ଆଗକୁ ଘଟଣାର ଅଧିକ ତଦନ୍ତ ପାଇଁ ପୋଲିସ ଅଭିଯୁକ୍ତ କୁ ରିମାଣ୍ଡରେ ଆଣିପାରେ ବୋଲି ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!