Masthead

ହାଥରାସ ମାମଲାର ତଦନ୍ତ କରିବ ସିବିଆଇ

ଲକ୍ଷ୍ନୌ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ହାଥରାସ ଗଣବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରାଜନୀତି ଜୋର ଧରିଛି । କଂଗ୍ରେସ ଏହାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି । ସାରା ଦେଶରେ କଂଗ୍ରେସ ଏହାକୁ ପ୍ରସଙ୍ଗ କରିବାରେ ଲାଗିପଡିଛି । ହାଥରାସ ପୋଲିସ ପୀଡ଼ିତାଙ୍କ ପରିବାର ସହ କାହାକୁ ଭେଟ କରାଇ ଦେଉନି । ଯାହାକୁ ନେଇ ଉତ୍ତରପ୍ରଦେଶ ସରକାର ତୀବ୍ର ସମାଲୋଚନାର ଶିକାର ହୋଇଛନ୍ତି ।

ବହୁ ବାଦବିବାଦ ଓ ବିରୋଧ ପରେ ପୀଡ଼ିତାଙ୍କ ପରିବାରକୁ ଭେଟିବା ପାଇଁ ଆଜି ରାହୁଲ ଗାନ୍ଧିଙ୍କୁ ଅନୁମତି ମିଳିଥିଲ। । ରାହୁଲ ପୀଡ଼ିତା ପରିବାରକୁ ଭେଟିବାକୁ ଯିବା ଅବସରରେ ବଡ଼ ନିଷ୍ପତ୍ତି ନେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏହି ଘଟଣାରେ ପୋଲିସ, ଏସ୍ଆଇଟିର ଭୂମିକା ସନ୍ଦେହଘେରକୁ ଆସିଥିବାରୁ ଯୋଗୀ ଘଟଣାର ସିବିଆଇ ତଦନ୍ତ କରିବାକୁ ସୁପାରିସ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ