ହାଥରସ୍ ମାମଲା, ପୀଡ଼ିତାଙ୍କ ପରିବାରକୁ ଭେଟିବେ ଅଖିଳେଶ

ଉତ୍ତରପ୍ରଦେଶ (ବଡଖବର ବ୍ୟୁରୋ): ଦିନକୁ ଦିନ ହାଥରସ୍ ମାମଲାକୁ ରାଜନୀତି ତୀବ୍ର ହେବାରେ ଲାଗିଛି । ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ସିଂହ ଯାଦବ ବିଦେଶରୁ ଫେରିବା ପରେ ଅକ୍ଟୋବର ୪ ତାରିଖରେ ପୀଡ଼ିତାଙ୍କ ପରିବାରକୁ ଭେଟିବେ ବୋଲି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏହି ଘଟଣାରେ ଡିଏମ ଏବଂ ଏସପିଙ୍କ ବିରୋଧରେ ମାମଲା ରୁଜୁ ହେବା ଦରକାର । ପୀଡ଼ିତାଙ୍କ ସହ ଅଭିଯୁକ୍ତଙ୍କ ପଲିଗ୍ରାଫ ଏବଂ ନାର୍କୋ ଟେଷ୍ଟ ହେବା ସହ ଯେଉଁମାନେ ସମ୍ପୃକ୍ତ ଅଛନ୍ତି ସେମାନଙ୍କୁ ଗିରଫ କରାଯାଉ ବୋଲି କହିଛନ୍ତି ଅଖିଳେଶ ।

ସେପଟେ ଗୁରୁବାର ପୀଡ଼ିତାଙ୍କ ପରିବାରକୁ ରାହୁଲ ଗାନ୍ଧି ଏବଂ ପ୍ରିୟଙ୍କା ଗାନ୍ଧି ଭଦ୍ରା ଭେଟିବାକୁ ଯାଉଥିବା ବେଳେ ପୋଲିସ ସେମାନଙ୍କୁ ଗ୍ରେଟର ନୋଏଡା ପାସ କରିବାକୁ ଦେଇ ନ ଥିଲା । ଉଭୟଙ୍କୁ ଗିରଫ ମଧ୍ୟ କରି କିଛି ସମୟ ଅଟକ ରଖିଥିଲା । ତେବେ ଆଜି ପୁଣିଥରେ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଉଛନ୍ତି ରାହୁଲ ଏବଂ ପ୍ରିୟଙ୍କା । ଏବେ ଅଖିଳେଶ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ