Masthead

ଥାନାରେ ପଶି ଗୋଡ଼ାଇ ଗୋଡ଼ାଇ ହାଣିଲେ

ରେମୁଣା (ବଡ଼ ଖବର ବ୍ୟୁରୋ): ପୋଲିସ ବର୍ଦ୍ଦିରେ ରକ୍ତର ଛିଟା । ଦୀର୍ଘ ଦିନର ବିବାଦ ନେଲା ରକ୍ତାକ୍ତ ସଂଘର୍ଷର ରୂପ। ତାହା ପୁଣି ଥାନା ପରିସରରେ। ପୁଲିସ୍ ଆଖି ସାମ୍ନାରେ ଗୋଟିଏ ଗୋଷ୍ଠୀର ଲୋକ ଅଭିଯୋଗ ନେଇ ଥାନାକୁ ଆସିଥିବା ପତିପତ୍ନୀଙ୍କୁ ହାଣି ଦେଇଥିଲେ। ମିଳିଥିବା ସୂଚନା ଅନୁଯାୟୀ, ପତିପତ୍ନୀ ଏବେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଏନେଇ କେହି ଅଭିଯୋଗ କରି ନ ଥିବାରୁ ପୋଲିସ କାହାକୁ ଗିରଫ କରିପାରି ନାହିଁ। ଏପରି ଅଭାବନୀୟ ଘଟଣା ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଭିତରେ ପୋଲିସ ସମ୍ମୁଖରେ ଘଟିଯାଇଥିବା ବେଳେ ଏବେବି ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି।

ପୁଲିସ୍ ସୂଚନାନୁଯାୟୀ, ରେମୁଣା ମନ୍ଦାରପୁର ଓ ନିଆଁବାଗ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲ। । ଗତ କାଲି ରାତି ପ୍ରାୟ ୧୧ଟା ପରେ ଗୋଟିଏ ଗୋଷ୍ଠୀର କିଛି ଲୋକ ଥାନାରେ ପହଞ୍ଚିଥିଲେ। ସେହି ସମୟରେ ବାଦଲ ଦାସ ନାମକ ଯୁବକ ନିଜ ବାପା ଓ ମା’ ରଘୁ ଦାସ ଓ ପ୍ରମିତା ଦାସଙ୍କ ସହ ଥାନାରେ ପହଞ୍ଚି ତାଙ୍କ ଘରକୁ କିଛି ଲୋକ ଭାଙ୍ଗି ଦେଉଥିବା ଅଭିଯୋଗ କରିଥିଲେ।

ଠିକ୍ ସେହି ସମୟରେ ଅପରପକ୍ଷର କିଛି ଲୋକ ସେମାନଙ୍କ ପିଛା କରି ଥାନାରେ ପହଞ୍ଚିଥିଲେ। ଏହାପରେ ଉଭୟ ପକ୍ଷ ମଧ୍ୟରେ ସେଠାରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା। ଗୋଟିଏ ପକ୍ଷକୁ ଅତର୍କିତ ଆକ୍ରମଣ ହେଉଥିବାରୁ ପୋଲିସ ଭିଡ଼କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର କିଛି ଉତ୍ତ୍ୟକ୍ତ ଲୋକ ଥାନା ଭଙ୍ଗାରୁଜା କରିବା ସହ ତେଲେଙ୍ଗା କଟୁରିରେ ଉଭୟ ରଘୁ ଦାସ ଓ ତାଙ୍କ ପତ୍ନୀ ପ୍ରତିମାଙ୍କୁ ଆକ୍ରମଣ କରିଥିଲେ। ସୋନ୍ ନଦୀରେ ବାଲି ଉଠାଣକୁ କେନ୍ଦ୍ର କରି ଆକ୍ରମଣ କରଯାଇଥିବା ସନ୍ଦେହ କରାଯାଉଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ