Masthead

ଥାନାରେ ପଶି ଗୋଡ଼ାଇ ଗୋଡ଼ାଇ ହାଣିଲେ

ରେମୁଣା (ବଡ଼ ଖବର ବ୍ୟୁରୋ): ପୋଲିସ ବର୍ଦ୍ଦିରେ ରକ୍ତର ଛିଟା । ଦୀର୍ଘ ଦିନର ବିବାଦ ନେଲା ରକ୍ତାକ୍ତ ସଂଘର୍ଷର ରୂପ। ତାହା ପୁଣି ଥାନା ପରିସରରେ। ପୁଲିସ୍ ଆଖି ସାମ୍ନାରେ ଗୋଟିଏ ଗୋଷ୍ଠୀର ଲୋକ ଅଭିଯୋଗ ନେଇ ଥାନାକୁ ଆସିଥିବା ପତିପତ୍ନୀଙ୍କୁ ହାଣି ଦେଇଥିଲେ। ମିଳିଥିବା ସୂଚନା ଅନୁଯାୟୀ, ପତିପତ୍ନୀ ଏବେ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଏନେଇ କେହି ଅଭିଯୋଗ କରି ନ ଥିବାରୁ ପୋଲିସ କାହାକୁ ଗିରଫ କରିପାରି ନାହିଁ। ଏପରି ଅଭାବନୀୟ ଘଟଣା ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଭିତରେ ପୋଲିସ ସମ୍ମୁଖରେ ଘଟିଯାଇଥିବା ବେଳେ ଏବେବି ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି।

ପୁଲିସ୍ ସୂଚନାନୁଯାୟୀ, ରେମୁଣା ମନ୍ଦାରପୁର ଓ ନିଆଁବାଗ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲ। । ଗତ କାଲି ରାତି ପ୍ରାୟ ୧୧ଟା ପରେ ଗୋଟିଏ ଗୋଷ୍ଠୀର କିଛି ଲୋକ ଥାନାରେ ପହଞ୍ଚିଥିଲେ। ସେହି ସମୟରେ ବାଦଲ ଦାସ ନାମକ ଯୁବକ ନିଜ ବାପା ଓ ମା’ ରଘୁ ଦାସ ଓ ପ୍ରମିତା ଦାସଙ୍କ ସହ ଥାନାରେ ପହଞ୍ଚି ତାଙ୍କ ଘରକୁ କିଛି ଲୋକ ଭାଙ୍ଗି ଦେଉଥିବା ଅଭିଯୋଗ କରିଥିଲେ।

ଠିକ୍ ସେହି ସମୟରେ ଅପରପକ୍ଷର କିଛି ଲୋକ ସେମାନଙ୍କ ପିଛା କରି ଥାନାରେ ପହଞ୍ଚିଥିଲେ। ଏହାପରେ ଉଭୟ ପକ୍ଷ ମଧ୍ୟରେ ସେଠାରେ ଗଣ୍ଡଗୋଳ ଆରମ୍ଭ ହୋଇଥିଲା। ଗୋଟିଏ ପକ୍ଷକୁ ଅତର୍କିତ ଆକ୍ରମଣ ହେଉଥିବାରୁ ପୋଲିସ ଭିଡ଼କୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ମାତ୍ର କିଛି ଉତ୍ତ୍ୟକ୍ତ ଲୋକ ଥାନା ଭଙ୍ଗାରୁଜା କରିବା ସହ ତେଲେଙ୍ଗା କଟୁରିରେ ଉଭୟ ରଘୁ ଦାସ ଓ ତାଙ୍କ ପତ୍ନୀ ପ୍ରତିମାଙ୍କୁ ଆକ୍ରମଣ କରିଥିଲେ। ସୋନ୍ ନଦୀରେ ବାଲି ଉଠାଣକୁ କେନ୍ଦ୍ର କରି ଆକ୍ରମଣ କରଯାଇଥିବା ସନ୍ଦେହ କରାଯାଉଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି