ଫୁଲିଲା ସୁବର୍ଣ୍ଣରେଖା: ବିପଦ ସଙ୍କେତ ଉପରେ ଜଳସ୍ତର

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ପୁଣି ଫୁଲିଲା ସୁବର୍ଣ୍ଣରେଖା । ଜଳେଶ୍ୱର ରାଜଘାଟ ଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର। ଲଘୁଚାପ ବର୍ଷା ଯୋଗୁଁ ବାରମ୍ବାର ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବା ଫଳରେ ଲୋକଙ୍କୁ ବନ୍ୟା ଭୟ । ସୁବର୍ଣ୍ଣରେଖା ନଦୀର ଉପରମୁଣ୍ତରେ ପ୍ରବଳ ବର୍ଷା ହେବା ଯୋଗୁଁ ନଦୀର ଜଳସ୍ତର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।

ଦିନ ୧୧ ବେଳକୁ ୧୦.୫୫ ମିଟରକୁ ଛୁଇଁବ ଜଳ । ବିଶେଷ କରି ଗତକାଲି ଝାଡଖଣ୍ତର ଗାଲୁଡିହି ବ୍ୟାରେଜର ୧୧ଟି ଗେଟ ଖୋଲିଥିବା ପରେ ସୁବର୍ଣ୍ଣରେଖା ନଦୀକୁ ପ୍ରବେଶ କରୁଛି ପାଣି । ଯାହାଫଳରେ ସୁବର୍ଣ୍ଣରେଖା ନଦୀ ଫୁଲିବା ସହ ବନ୍ୟା ଦେଖାଦେଇଛି। ସୁବର୍ଣ୍ଣରେଖା ନଦୀର ରାଜଘାଟ ଠାରେ ବିପଦ ସଙ୍କେତ ୧୦.୩୬ ମିଟର ଥିବା ବେଳେ ଆଜି ସକାଳ ୯ଟା ସୁଦ୍ଧା ୧୦.୩୬ ମିଟର ଉପରେ ପ୍ରବାହିତ ହେଉଛି । ଜଳେଶ୍ୱର, ବାଲିଆପାଳ, ଭୋଗରାଇ ତଳିଆ ଅଂଚଳର କିଛି ଗାଁରେ ବନ୍ୟା ପାଣି ପ୍ରବେଶ କରିଥିବା ଜଣାପଡ଼ିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ