Masthead

କୋଭିଡକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଡ଼ରାଇଲାଣି କୋରନା । ଆନ୍ଧ୍ରରେ ଦୁଇଜଙ୍କ ମୃତ୍ୟୁ ପରେ ଓଡ଼ିଶାରେ ହାଇଆଲର୍ଟ । ଯାହାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଡାକିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ସ୍ୱାସ୍ଥ୍ୟ ସଚିବ ଓ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ମଧ୍ୟ ଏଥିରେ ସାମିଲ ଅଛନ୍ତି । ପଡ଼ୋଶୀ ରାଜ୍ୟ ଆନ୍ଧ୍ରରେ କୋଭିଡ଼ରେ ୨ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।

ଆଗକୁ ମହାପ୍ରଭୁଙ୍କ ଘୋଷଯାତ୍ରା । ଏହାକୁ ଦୃଷ୍ଟିରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛିି । ଘୋଷଯାତ୍ରା ପୂର୍ବରୁ କୋଭିଡ ପ୍ରସ୍ତୁତି କିପରି ସୁରୁକ୍ଷିତରେ ଶେଷ ହେବତାକୁ ନେଇ ଦିଆଯାଇଛି ଗୁରୁତ୍ୱ । ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଟ୍ରେସିଙ୍ଗ ଏବଂ ହସ୍ପିଟାଲର ପ୍ରସ୍ତୁତି ସହ ଔଷଧ ଓ ଚିକିତ୍ସା ସୁବିଧା ଭଳି ବିଭିନ୍ନ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ