Masthead

ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମନୀଷ ସିସୋଦିଆଙ୍କ ରିମାଣ୍ଡ ଓ ଜାମିନକୁ ନେଇ କୋର୍ଟରେ ଶୁଣାଣି ହୋଇଛି । କୋର୍ଟ ତରଫରୁ ଇଡିର ରିମାଣ୍ଡ ଆବେଦନ ଉପରେ ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି । ଜାମିନ ଆବେଦନର ଶୁଣାଣି ମାର୍ଚ୍ଚ ୨୧ ତାରିଖରେ ହେବ । ଶୁଣାଣି ବେଳେ ଇଡି ତରଫରୁ ସିସୋଦିଆଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟଙ୍କୁ ଆବେଦନ କରିଥିଲେ ।

ସେପଟେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ ନେତା ମନୀଷ ସିସୋଦିଆଙ୍କ ସିଧାସଳଖ ସମ୍ପୃକ୍ତି ରହିଛି ବୋଲି ଇଡି କହିଛି । ଇଡି ତରଫରୁ ଓକିଲ କହିଥିଲେ କି ଅବକାରୀ ନୀତିରେ ପରିବର୍ତ୍ତନ କରି ମନୀଷ ସିସୋଦିଆ ହୋଲସେଲରଙ୍କୁ ବେଆଇନ ରୋଜଗାର ଦେଇଥିବା କଥା ଅଭିଯୋଗ କରିଥିଲେ । ହେଲେ ଇଡି ଓକିଲଙ୍କ ଏଭଳି ଯୁକ୍ତିକୁ ବିରୋଧ କରିଥିଲେ ସିସୋଦିଆଙ୍କ ଓକିଲ । ଆଜି ସିସୋଦିଆଙ୍କର ରାଉଜ୍‌ ଆଭିନ୍ୟୁ କୋର୍ଟରେ ଜାମିନ ଶୁଣାଣି ବେଳେ କୋର୍ଟରେ ଏହି ତଥ୍ୟ ରଖିଛି ଇଡି।

ବିଶେଷଜ୍ଞ କମିଟିର ପରାମର୍ଶ ଅନୁଯାୟୀ ଅବକାରୀ ନୀତି କାର୍ଯ୍ୟକାରୀ ହୋଇ ନାହିଁ। ବରଂ କେତେକ ନିର୍ଦ୍ଦିଷ୍ଟ ଲୋକଙ୍କୁ ଫାଇଦା ପହଞ୍ଚାବା ପାଇଁ ଏହି ନୀତି କାର୍ଯ୍ୟକାରୀ ହୋଇଛି। ଏହି ନୀତି ଦ୍ୱାରା କେତେକ ବ୍ୟକ୍ତିଙ୍କୁ ୧୨ ପ୍ରତିଶତ ଲାଭ ପହଞ୍ଚି ପାରିଛି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲା ପ୍ରଥମେ ସିସୋଦିଆଙ୍କୁ ଇଡି ଜେରା କରିଥିଲା । ଜେରା ପରେ ଫେବୃଆରୀ ୨୬ ତାରିଖ ଦିନ ସିବିଆଇ ପକ୍ଷରୁ ସିସୋଦିଆଙ୍କୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା