Masthead

ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ହେଲାଣି ତାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ହେଲାଣି ତାତି । ୧୦ଟା ପରଠୁ ଘରୁ ବାହାରିବା ହେଉଛି ମୁସ୍କିଲ । ଖରାରେ ସିଜୁଛି ଓଡ଼ିଶା । ସୋମବାର ୩୭ ଡିଗ୍ରୀ ସହ ସମ୍ବଲପୁର, ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ରାଜଧାନୀରେ ପାରଦ ୩୫ ଡିଗ୍ରୀରେ ପହଞ୍ଚିଥଲା । ଏବର୍ଷ ଖରା ଓ ଗୁଳୁଗୁଳି ଅଧିକ ଦିନ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହାକୁ ଦୃଷ୍ଟିରେ ରଖି ନୂଆ ଗାଇଡଲାଇନ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ ।

ବିଏମସିର ନିଷ୍ପତ୍ତି ଅନୁସାରେ, ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରହିବ । ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ । ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ୱ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଆଗକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ଆଶଙ୍କା ଥିବାରୁ ଏପରି ନିର୍ଦ୍ଦେଶ ଜାରି କରିଛି ବିଭାଗ । ଏହା ସହ ସହରର ବିଭିନ୍ନ ସ୍ଥାନରେ ପାନୀୟ ଜଳସେବା କେନ୍ଦ୍ର ଖୋଲାଯିବ । ପଶୁପକ୍ଷୀଙ୍କ ପାଇଁ ପାଣି ବ୍ୟବସ୍ଥା କରାଯିବ । ସେହିପରି ଅଂଶୁଘାତ ପୀଡିତଙ୍କ ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲ ପ୍ରସ୍ତୁତ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ