Masthead

ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ହେଲାଣି ତାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ହେଲାଣି ତାତି । ୧୦ଟା ପରଠୁ ଘରୁ ବାହାରିବା ହେଉଛି ମୁସ୍କିଲ । ଖରାରେ ସିଜୁଛି ଓଡ଼ିଶା । ସୋମବାର ୩୭ ଡିଗ୍ରୀ ସହ ସମ୍ବଲପୁର, ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ରାଜଧାନୀରେ ପାରଦ ୩୫ ଡିଗ୍ରୀରେ ପହଞ୍ଚିଥଲା । ଏବର୍ଷ ଖରା ଓ ଗୁଳୁଗୁଳି ଅଧିକ ଦିନ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଯାହାକୁ ଦୃଷ୍ଟିରେ ରଖି ନୂଆ ଗାଇଡଲାଇନ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ ।

ବିଏମସିର ନିଷ୍ପତ୍ତି ଅନୁସାରେ, ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରହିବ । ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ । ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ୱ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ଆଗକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ଆଶଙ୍କା ଥିବାରୁ ଏପରି ନିର୍ଦ୍ଦେଶ ଜାରି କରିଛି ବିଭାଗ । ଏହା ସହ ସହରର ବିଭିନ୍ନ ସ୍ଥାନରେ ପାନୀୟ ଜଳସେବା କେନ୍ଦ୍ର ଖୋଲାଯିବ । ପଶୁପକ୍ଷୀଙ୍କ ପାଇଁ ପାଣି ବ୍ୟବସ୍ଥା କରାଯିବ । ସେହିପରି ଅଂଶୁଘାତ ପୀଡିତଙ୍କ ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲ ପ୍ରସ୍ତୁତ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା