ଅସହ୍ୟ ତାତି, ୬ ଜିଲ୍ଲାକୁ ହିଟ ୱେଭ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରାଜ୍ୟର ଅଧାରୁ ଅଧିକ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୬ ଜିଲ୍ଲାକୁ ହିଟୱେଭ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଏବଂ ଦେବଗଡ ଜିଲ୍ଲା ବେଶୀ ଉତ୍ତପ୍ତ ରହିବ । ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଅଂଶୁଘାତ ମୁକାବିଲା ନେଇ ଆବଶ୍ୟକ ପଦକ୍ଷେପ ନେବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ କାଲିଠୁ ତାତିରେ ଲାଗିବ ବ୍ରେକ୍ । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଗରମ ଶୁଷ୍କ ବାୟୁର ପ୍ରଭାବ କମିଛି। ଏହାସହ ଏକ ନିମ୍ନ ଚାପରେଖା ସୃଷ୍ଟି ହୋଇଛି । ପ୍ରଭାବରେ ତାତିରେ ବ୍ରେକ୍ ଲାଗିବା ସହ ପୁଣି କାଳବୈଶାଖୀ ବର୍ଷା ଜାରି ରହିବ । ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିପାଇଁ ୨୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!