Masthead

୨୫ ବର୍ଷର ରେକର୍ଡ ଭାଙ୍ଗିଛି ତାତି

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବି କଲବଲ ତାତି । ତତଲା ତାୱାରେ ସିଝିବ ଓଡ଼ିଶା । ଆସନ୍ତା ୫ ଦିନ ଯାଏଁ ସିଭିୟର ହିଟୱେଭ ଆଲର୍ଟ ଜାରି କରାଯାଇଛି । ସ୍ବାଭାବିକଠାରୁ ୬ରୁ ୭ ଡିଗ୍ରୀ ଉପରେ ରହିବ ପାରଦ । ଆଜି ୬ ଜିଲ୍ଲାକୁ ଅରେଞ୍ଜ ଏବଂ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହକୁ ଦେଖି ଝାରସୁଗୁଡା, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ ସମେତ ବଲାଙ୍ଗୀର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ସେହିଭଳି ସୁନ୍ଦରଗଡ, କେନ୍ଦୁଝର, ନୁଆପଡା, କଳାହାଣ୍ଡି, ନୟାଗଡ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରେ ଅଂଶୁଘାତ ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ୧୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନକୁ ଅଂଶୁଘାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗତକାଲି ସମ୍ବଲପୁରରେ ୪୬.୧ ଡିଗ୍ରୀ ହୋଇଥିଲା ତାପମାତ୍ରା ରେକର୍ଡ । ଯାହାକି ୨୫ ବର୍ଷର ରେକର୍ଡ ଭାଙ୍ଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ