Masthead

ତତଲା ତାୱାରେ ସିଝୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରାଜ୍ୟର ଅଧାରୁ ଅଧିକ ସହର । ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଏଭଳି ପାଗ ଜାରି ରହିବ । ପ୍ରବଳ ଖରା ପାଇଁ ୮ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ବିଶ୍ୱର ସବୁଠୁ ଉତ୍ତପ୍ତ ସହର ତାଲିକାର ଶୀର୍ଷରେ ଥିଲା ବାରିପଦା । ଏଠାରେ ତାପମାତ୍ରା ଥିଲା ୪୩. ୫ ଡିଗ୍ରୀ ସେଲସିୟସ । ପ୍ରବଳ ଗ୍ରୀଷ୍ମ ପ୍ରବାହରେ କଲବଲ ହେଉଛି ସାରା ଓଡ଼ିଶା । ଦିନ ବଢ଼ିବା ସହ ବଢୁଛି ତାତି । ପ୍ରବଳ ଗୁଳୁଗୁଳି ସହ ଅସହ୍ୟ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ।

ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ , ଆହୁରି ୩ ଦିନ ଛଟପଟ କରିବ ଗ୍ରୀଷ୍ମପ୍ରବାହ । ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାକୁ ହିଟ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସ୍ବାଭାବିକ୍ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା