Masthead

ଆଜିଠୁ କଲବଲ କରିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ କଲବଲ କରିବ ତାତି। ୪୦ ଡିଗ୍ରୀ ଡେଇଁବ ପାରଦ। ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି କରିବ ଅସ୍ତବ୍ୟସ୍ତ। ବଢ଼ିବ ଦିନର ତାପମାତ୍ରା, ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା। ୧୬ ଯାଏଁ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାର ଲୋକେ ଗରମ, ଗୁଳୁଗୁଳିରେ ନୟାନ୍ତ ହେବେ । ୧୩ରୁ ପଶ୍ଚିମ ଓଡ଼ିଶାରେ ନିଆଁ ମାଡ଼ ହେବ ।  ସୋମବାର ବଲାଙ୍ଗିର ୪୬ ଡିଗ୍ରୀ ଓ ବରଗଡ଼ ୪୫ ଡିଗ୍ରୀ ସେଲସିୟସ୍ ତାତିରେ ଜଳୁଥିବେ । ଭୁବନେଶ୍ୱର ବି ୩୯ ଡିଗ୍ରୀ ତାଉରେ ଡହଡହ ହୋଇ ସିଝୁଥିବ ।

ଏମିତି ପୂର୍ବାନୁମାନ ଦେଖାଇଛି ପାଣିପାଗ ବିଭାଗ । ତାପମାତ୍ରା ୪ରୁ ୬ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି । ୧୧ରୁ ୧୬ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ପାଖ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଏବଂ ୧୩ ଓ ୧୪ ତାରିଖରେ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ (ହିଟ୍ ୱେଭ) ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି । ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କତା ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ଯିବାବେଳେ ଲୋକେ ସତର୍କ ରହିବାକୁ ଏସ୍ଆରସି ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ