ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ । ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ହିଟୱେଭ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ୪୫ ଡିଗ୍ରୀ ଡେଇଁବ ଦିନ ତାପମାତ୍ରା ।  ରାତିରେ ପ୍ରବଳ ଗରମ ହେବ । ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ଟିଟିଲାଗଡ଼, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ଦିନ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ ।

ବରଗଡ଼ରେ ୪୨ ଓ ବୌଦ୍ଧରେ ୪୧ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ଅପେକ୍ଷାକୃତ କମ ରହିବ ।୧୮ ଏପ୍ରିଲ ଯାଏଁ ଗରମ ଗୁଳୁଗୁଳିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆସନ୍ତାକାଲି ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକରେ ବାୟୁମଣ୍ଡଳରେ ଆଦ୍ରତା ଅଧିକ ରହିବା କାରଣରୁ  ଗୁଳୁଗୁଳି ଜାରି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!