Masthead

ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ । ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ହିଟୱେଭ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ୪୫ ଡିଗ୍ରୀ ଡେଇଁବ ଦିନ ତାପମାତ୍ରା ।  ରାତିରେ ପ୍ରବଳ ଗରମ ହେବ । ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ଟିଟିଲାଗଡ଼, ବଲାଙ୍ଗୀର ଓ ଝାରସୁଗୁଡ଼ାରେ ଦିନ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ ।

ବରଗଡ଼ରେ ୪୨ ଓ ବୌଦ୍ଧରେ ୪୧ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ଅପେକ୍ଷାକୃତ କମ ରହିବ ।୧୮ ଏପ୍ରିଲ ଯାଏଁ ଗରମ ଗୁଳୁଗୁଳିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆସନ୍ତାକାଲି ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକରେ ବାୟୁମଣ୍ଡଳରେ ଆଦ୍ରତା ଅଧିକ ରହିବା କାରଣରୁ  ଗୁଳୁଗୁଳି ଜାରି ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା