ପଶ୍ଚିମରେ ଅସମ୍ଭାଳ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜଳୁଛି ଓଡ଼ିଶା। ପଶ୍ଚିମରେ ଅସମ୍ଭାଳ ତାତି। ୪୦ ଡିଗ୍ରୀ ଉପରେ ୮ ସହର। ଗତକାଲି ୪୧.୭ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ତତଲା ସହର ପାଲଟିଥିଲା ଟିଟିଲାଗଡ଼ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଟପିପାରେ । ବୁଧବାର ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁପାରେ । ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, ଭବାନୀପାଟଣା, ବରଗଡ଼, ଝାରସୁଗୁଡ଼ା ଭଳି ଜିଲ୍ଲାରେ ନିଆଁ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ବୁଧବାର ଉପକୂଳ ଓଡ଼ିଶାରେ ବି ପ୍ରବଳ ଗରମ ଓ ଗୁଳୁଗୁଳି ରହିବ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଏହି ସ୍ଥିତି ରହିବ । ୧୬ ତାରିଖରେ ତାତି ଆହୁରି ଭୟାନକ ଆଡ଼କୁ ଯାଇପାରେ । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୫ ଡିଗ୍ରୀ ଟପିପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଅନେକ ସ୍ଥାନରେ ପ୍ରଚଣ୍ଡ ଖରା ଓ ତାତି ଅନୁଭୂତ ହୋଇପାରେ । ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁରରେ ଗ୍ରୀଷ୍ମପ୍ରବାହ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୭ ଓ ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ