Masthead

ଫେରୁଛି ତାତି ଜାଳିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଫେରିବ ପ୍ରବଳ ଗ୍ରୀଷ୍ମପ୍ରବାହ । ଗତ କିଛିଦିନ ଧରି ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇଥିବା ବେଳେ ଏବେ ପୁଣି ରାଜ୍ୟକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଫେରୁଛି । ଏତେ ଗରମ ହେବ ଯେ, ତାତିର ଜ୍ବଳାରେ ଜଳିବ ସାରା ଓଡିଶା । ୧୪ ତାରିଖରୁ ଧୀରେ ଧିରେ ତାପମାତ୍ରା ବୃଦ୍ଧି ହେବାକୁଥିବା ବେଳେ ଆସନ୍ତା ଏପ୍ରିଲ ୧୭ ରୁ ୨୦ ଯାଏଁ ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ନାହିଁ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ପାଖାପାଖି ୧୩ ଡିଗ୍ରୀ ପର୍ୟ୍ୟନ୍ତ ପାରଦ ବଢିବ । ଅଧିକାଂଶ ସହରର ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

୧୭ରୁ ସାଂଘାତିକ ତାତି । ସବୁଠି ରାଜ କରୁଛି ଗ୍ରୀଷ୍ମ ପ୍ରବାହ ।  ୪୩ ରୁ ୪୫ ଡିଗ୍ରୀ ଛୁଇଁବ ଆଭ୍ୟନ୍ତରୀଣ ଓଡ଼ିଶା । ୧୭ ରୁ ୨୦ ତାରିଖ ପିକ୍ ସମୟ ଘୋଷଣା । ଦିନ ସହ ରାତି ତାପମାତ୍ରା କରିବ ଅସ୍ତବ୍ୟସ୍ତ । ଅସହ୍ୟ ପାଗ ଶରୀର ପାଇଁ ହେବ ଘାତକ । ସତର୍କ କରାଇଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ । କିଛି ଦିନର କାଳବୈଶାଖୀ ବର୍ଷା ପରେ ରାଜ୍ୟକୁ ପୁଣି ଫେରିବ ତାତି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ସମ୍ଭାବନା ନଥିବା ବେଳେ ୪ ରୁ ୫ ଦିନ ମଧ୍ୟରେ ସ୍ବାଭାବିକ ଠାରୁ ୬ ରୁ ୮ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୧୪ ରୁ ୧୫ ଡିଗ୍ରୀ ପର୍ୟ୍ୟନ୍ତ ତାତି ବଢିବ ବୋଲି ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ