Masthead

ଓଡ଼ିଶାରେ ଉପରମୁହାଁ ହେଲା ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଉପରମୁହାଁ ହେଲା ପାରଦ । ଆଗାମୀ ୪ଦିନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାରେ ତାତି ଅସମ୍ଭାଳ ହେବ। ଚଳିତ ସପ୍ତାହରେ ଅଧିକାଂଶ ଅଞ୍ଚଳରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ। ରାଜଧାନୀ ଭୁବନେଶ୍ବର ସମେତ ଅନୁଗୁଳ, ସୋନୁପୁର, ବୌଦ୍ଧ, ଟିଟିଲାଗଡ, ବଲାଙ୍ଗୀର, ସମ୍ବଲପୁର, ତାଳଚେର, ଚାନ୍ଦବାଲି, ମାଲକାନଗିରିରେ ତାପମାତ୍ରା ୩୮ ରୁ ୪୨ ଡିଗ୍ରୀ ପର୍ୟ୍ୟନ୍ତ ଛୁଇଁପାରେ।

ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଏବଂ ରେଡ ଆଲର୍ଟ ଜାରି କରାଯାଇଛି । ଗତବର୍ଷ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଥିବାରୁ ତାତି ବିଳମ୍ବରେ ବଢିଥିଲା । କିନ୍ତୁ ଚଳିତ ବର୍ଷ ପଶ୍ଚିମା ଝଡ଼ର ପ୍ରଭାବ ନଥିବାରୁ ଗତ ନଭେମ୍ବର ମାସରୁ ଗାଏବ ହୋଇଯାଇଛି ବର୍ଷା । ଫଳରେ ତାତି ବଢିବା ସହ ଫେବୃଆରୀ ମାସରୁ ଝାଞ୍ଜି ପବନ ବହିବା ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ