Masthead

ତାତି ସଙ୍କଟ, ୫୫ ମିଲିୟନରୁ ଅଧିକ ଲୋକ ପ୍ରଭାବିତ

ନୂଆଦିଲ୍ଲୀ(ବଡଖବର ବ୍ୟୁରୋ): ଆମେରିକାରେ ତାତି ସଙ୍କଟ । ଅସହ୍ୟ ଗରମ । ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଲୋକେ । ଦେଶର ୫୫ ମିଲିୟନରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଲୋକମାନଙ୍କ ପାଇଁ ବର୍ତ୍ତମାନ ଏକ ହର୍ଟ ଆଲର୍ଟ ଜାରି କରାଯାଇଛି। ସପ୍ତାହେ ମଧ୍ୟରେ ଟେକ୍ସାସ, ଓକାଲୋହୋମା, ନ୍ୟୁ ମେକ୍ସିକୋ ଏବଂ ଅନ୍ୟ ଦକ୍ଷିଣ ଭାଗରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଛି । ଅତ୍ୟଧିକ ଉତ୍ତାପ ଯୋଗୁଁ ଲୋକଙ୍କ ଜୀବନ ପ୍ରତି ବିପଦ ଦେଖାଦେଇଥିବା କହିଛି ଆମେରିକାର ଜାତୀୟ ପାଣିପାଗ ସେବା । ପଶ୍ଚିମ ଟେକ୍ସାସର ସାନ ଆଞ୍ଜେଲୋରେ ଜୁନ ମାସରେ ତାପମାତ୍ରା ଦୁଇଥର ୧୧୪ ଡିଗ୍ରୀ ଫାରେନହାଇଟ ରେକର୍ଡ କରିଥିଲା, ଯାହା ସର୍ବାଧିକ ରେକର୍ଡ ହୋଇଛି। ସୀମାନ୍ତ ସହର ଡେଲ ରିଓ ପ୍ରଥମ ଥର ପାଇଁ ଏହା ୧୧୫ ଡିଗ୍ରୀ ଫାରେନହାଇଟରେ ପହଞ୍ଚିଛି । ସର୍ବାଧିକ ତାପମାତ୍ରା ୧୨୦ ଡିଗ୍ରୀ ଫାରେନହାଇଟ ମଧ୍ୟରେ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ