Masthead

ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି କଲବଲ କରିବ ତାତି । ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି । ସକାଳ ସାଢ଼େ ୫ଟାରେ ଭୁବନେଶ୍ୱର ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଆଦ୍ରତା ୮୭ ପ୍ରତିଶତ ରହିଛି । ଆଜି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ନୂଆପଡ଼ା ଓ କଳାହାଣ୍ଡିରେ ବି ଗ୍ରୀଷ୍ମପ୍ରବାହ ବି ଅନୁଭୂତ ହେବ ।

ଉପକୂଳ ଓଡ଼ିଶାର ବି ଭୀଷଣ ଗୁଳୁଗୁଳି କଲବଲ କରିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ଗୁଳୁଗୁଳି ହେବ । ଆସନ୍ତାକାଲି ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ୪୬ ଡିଗ୍ରୀ ଉପରେ ରହିଥିଲା ୪ ସହର । ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୬ ଦଶମିକ ୩ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ଆଜି କେରଳ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା