Masthead

୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାଡ଼ରେ ଥରୁଛି ଓଡ଼ିଶା । ଏତେ ଥଣ୍ଡା ଯେ ଘରୁ ବାହାରିବା ବି ମୁସ୍କୁଲ ହେଇଯାଉଛି । ସକାଳୁ ସକାଳୁ ଘରୁ ବାହାରିଲେ ଦେହ ଥରୁଛି । ସପ୍ତାହେ ହେଲାଣି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । କୁହୁଡିର ଧଳା ଚାଦରରେ ଢାଙ୍କି ହୋଇ ରହୁଛି ରାସ୍ତାଘାଟ । କେତେକ ସ୍ଥାନରେ ୧୦ ମିଟର ପର୍ଯ୍ୟନ୍ତ ବି ବାଟ ଦେଖାଯାଉନି । ଖସୁଛି ପାରଦ, ବଢୁଛି ଥଣ୍ଡା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି ।

୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା, ଜି. ଉଦୟଗିରରେ ସର୍ବନିମ୍ନ ତାପମାତ୍ରା ରେକର୍ଡ । ଗତ ୨୪ ଘଂଟା ମଧ୍ୟରେ ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀରେ ୮.୫, କିରେଇ ଓ ସେମିଳିଗୁଡ଼ାରେ ୮.୭, ଦାରିଙ୍ଗବାଡ଼ିରେ ୯.୫, କୋରାପୁଟରେ ୯.୬, ରାଉରକେଲାରେ ୯.୭ ଡିଗ୍ରୀ, କେନ୍ଦୁଝରରେ ୧୦.୪, ସୁନ୍ଦରଗଡ଼ରେ ୧୦.୫, ଅନୁଗୁଳରେ ୧୦.୬, ଝାରସୁଗୁଡ଼ାରେ ୧୦.୮ ଡିଗ୍ରୀ ରେକର୍ଡ କରାଯାଇଛି । ଉପକୂଳ ଓଡ଼ିଶାରେ ମଧ୍ୟ ପାଗରେ ସାମାନ୍ୟ ଏପାଖ ସେପାଖ ହୋଇଛି । କଟକର ତାପମାତ୍ରା ୧୪.୫ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୧୫.୩ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ