Masthead

୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାଡ଼ରେ ଥରୁଛି ଓଡ଼ିଶା । ଏତେ ଥଣ୍ଡା ଯେ ଘରୁ ବାହାରିବା ବି ମୁସ୍କୁଲ ହେଇଯାଉଛି । ସକାଳୁ ସକାଳୁ ଘରୁ ବାହାରିଲେ ଦେହ ଥରୁଛି । ସପ୍ତାହେ ହେଲାଣି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । କୁହୁଡିର ଧଳା ଚାଦରରେ ଢାଙ୍କି ହୋଇ ରହୁଛି ରାସ୍ତାଘାଟ । କେତେକ ସ୍ଥାନରେ ୧୦ ମିଟର ପର୍ଯ୍ୟନ୍ତ ବି ବାଟ ଦେଖାଯାଉନି । ଖସୁଛି ପାରଦ, ବଢୁଛି ଥଣ୍ଡା । ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି ।

୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା, ଜି. ଉଦୟଗିରରେ ସର୍ବନିମ୍ନ ତାପମାତ୍ରା ରେକର୍ଡ । ଗତ ୨୪ ଘଂଟା ମଧ୍ୟରେ ଜି ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀରେ ୮.୫, କିରେଇ ଓ ସେମିଳିଗୁଡ଼ାରେ ୮.୭, ଦାରିଙ୍ଗବାଡ଼ିରେ ୯.୫, କୋରାପୁଟରେ ୯.୬, ରାଉରକେଲାରେ ୯.୭ ଡିଗ୍ରୀ, କେନ୍ଦୁଝରରେ ୧୦.୪, ସୁନ୍ଦରଗଡ଼ରେ ୧୦.୫, ଅନୁଗୁଳରେ ୧୦.୬, ଝାରସୁଗୁଡ଼ାରେ ୧୦.୮ ଡିଗ୍ରୀ ରେକର୍ଡ କରାଯାଇଛି । ଉପକୂଳ ଓଡ଼ିଶାରେ ମଧ୍ୟ ପାଗରେ ସାମାନ୍ୟ ଏପାଖ ସେପାଖ ହୋଇଛି । କଟକର ତାପମାତ୍ରା ୧୪.୫ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୧୫.୩ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି