Masthead

ସାରା ରାଜ୍ୟରେ ଶୀତର ଲହରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ଶୀତ ପ୍ରକୋପରେ ସାମୟିକ ବିରତି ଲାଗିବ । ଆସନ୍ତା ୩ ଦିନ ଭିତରେ ବର୍ତ୍ତମାନ ତୁଳନାରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିବା ସମ୍ଭାବନା ଅଛି । ହେଲେ ମକର ସଂକ୍ରାନ୍ତି ପରେ ପୁଣି ରାତି ତାପମାତ୍ରା କମିବା ସହ ଶୀତ ବଢ଼ିପାରେ । ସେପଟେ ଟ୍ବିନ୍‌ସିଟି ଭୁବନେଶ୍ବର ଓ କଟକ ସମେତ ବିଭିନ୍ନ ସ୍ଥାନରେ ଘନକୁହୁଡି ଦେଖିବାକୁ ମିଳିଛି । ଏନେଇ ଆସନ୍ତା ତିନିଦିନ ପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ୩ ଦିନ ପରେ ଶୀତ ପୁଣି ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

ଆଜିଠାରୁ ୧୪ ତାରିଖ ପର୍ୟ୍ୟନ୍ତ କନ୍ଧମାଳ, କୋରାପୁଟ, କଟକ, ଖୋର୍ଦ୍ଧା, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ସୁନ୍ଦରଗଡ଼ ଏଭଳି ୯ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବା ସହ ଦୃଶ୍ୟମାନ୍ୟତା ହ୍ରାସ ପାଇବ । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ପରେ ୧୫ ତାରିଖରୁ ପାଗ ଶୁଖିଲା ରହିବା ସହ ଶୀତ ବଢ଼ିବ । ଶନିବା ପାରଳାଖେମୁଣ୍ଡି ଓ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୬.୫ଡିଗ୍ରି ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ