Masthead

ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉପମୁଣ୍ଡରେ ପ୍ରବଳ ବର୍ଷା । ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ୨୦ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ । ବାମ ପଟେ ୧୩ ଓ ଡାହାଣ ପଟେ ୭ଟି ଗେଟ୍ ଖୋଲା । ଜଳଭଣ୍ଡାରକୁ ପଶୁଛି ୩ ଲକ୍ଷ ୬୫୧ କୁ୍ୟସେକ ଜଳ । ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୩ଲକ୍ଷ ୪୬୦ କୁ୍ୟସେକ ଜଳ । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୫.୩୧ ଫୁଟ । ସେପଟେ ସୁବର୍ଣ୍ଣରେଖାରେ ହ୍ରାସ ପାଉଛି ଜଳସ୍ତର । ରାଜଘାଟରେ ଜଳସ୍ତର ୧୦.୫୫ ମିଟର ଉପରେ ପ୍ରବାହିତ । ରବିବାର ସତର୍କ ସଙ୍କେତ ଟପିଥିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର । ରବିବାର ରାଜଘାଟରେ ଜଳସ୍ତର ୧୧.୨୭ ମିଟର ରହିଥିଲା । ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଅଞ୍ଚଳ ପାଣିଘରେରେ ।

ଲଘୁଚାପଜନିତ ଲଗାଣ ବର୍ଷା ‌ଯୋଗୁ ରାଜ୍ୟର ୬ଟି ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ଯୋଗୁ ୧୧ହଜାରରୁ ଅଧିକ ଲୋକ ପ୍ରଭାବିତ  ହୋଇଛନ୍ତି । ମୟୂରଭଞ୍ଜ ଓ ବାଲେଶ୍ବରରେ ବନ୍ୟା ପ୍ରକୋପ ଅଧିକ ଥିବାରୁ ୯ଟି ଆଶ୍ରୟସ୍ଥଳୀକୁ ପ୍ରାୟ ୧ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।  ବନ୍ୟା ପ୍ରଭାବିତ ଅଞ୍ଚଳରେ ସମସ୍ତଙ୍କୁ ରିଲିଫ ସାମଗ୍ରୀ ମିଳିବା ନେଇ ଜିଲ୍ଲାପାଳମାନେ ପଦକ୍ଷେପ ନେବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି । ବାଲେଶ୍ବର ଜିଲ୍ଲା ଉପରେ ସ୍ବତନ୍ତ୍ର ନଜର ରହିଛି ।

କ୍ଷତିଗ୍ରସ୍ତ ଅଞ୍ଚଳରେ ରାତ୍ରକାଳୀନ ପାଟ୍ରୋ‌ଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଅତିରିକ୍ତ ରିଲିଫ୍‌ କମିସନର ମନୀଷ ଅଗ୍ରୱାଲଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପୁନରୁଦ୍ଧାର ଓ ରିଲିଫ୍‌ କାର୍ଯ୍ୟର ତଦାରଖ ପାଇଁ ପଠାଯାଇଛି  ବନ୍ୟା ପ୍ରଭାବିତ ଲୋକଙ୍କୁ ଉଦ୍ଧାର ପାଇଁ ବାଲେଶ୍ୱରରେ ୫ଟି ଓଡ୍ରାଫ୍‌ ଟିମ୍‌ ସହ ଗୋଟିଏ ଏନ୍‌ଡିଆର୍‌ଏଫ୍‌, ୨୬ଟି ଅଗ୍ନିଶମ ଓ ଜରୁରିକାଳୀନ ସେବା ବାହିନୀ ନିୟୋଜିତ ହୋଇଥିବାବେଳେ ମୟୂରଭଞ୍ଜରେ ଗୋଟିଏ ଓଡ୍ରାଫ୍‌ ଦଳ, ୨୩ଟି ଅଗ୍ନିଶମ ବାହିନୀ, ଭଦ୍ରକରେ ଗୋଟିଏ ଓଡ୍ରାଫ୍‌, ଗୋଟିଏ ଏନ୍‌ଡିଆର୍‌ଏଫ୍‌ ଓ ୧୩ଟି ଅଗ୍ନିଶମ ବାହିନୀ, ଯାଜପୁରରେ ଗୋଟିଏ ଓଡ୍ରାଫ୍‌ ଟିମ୍‌ ସହ ୧୪ଟି ଅଗ୍ନିଶମ ବାହିନୀ ସମେତ ଏହି ସବୁ ଜିଲ୍ଲାରେ ୧୦୬ଟି ବୋଟ୍‌ ମଧ୍ୟ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ