Masthead

୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା‌ରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଯାହା ଫଳରେ ଆସନ୍ତା ୩୦ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ।

ବର୍ଷା ଯୋଗୁଁ କିଛି ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଚାଷ ଜମିଗୁଡ଼ିକରୁ ଅଧିକ ବର୍ଷାଜଳ ନିଷ୍କାସନର ଆବଶ୍ୟକତା ପଡ଼ିପାରେ। ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ଅନୁଗୁଳ, ଡେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ