Masthead

୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା‌ରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଯାହା ଫଳରେ ଆସନ୍ତା ୩୦ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ।

ବର୍ଷା ଯୋଗୁଁ କିଛି ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଚାଷ ଜମିଗୁଡ଼ିକରୁ ଅଧିକ ବର୍ଷାଜଳ ନିଷ୍କାସନର ଆବଶ୍ୟକତା ପଡ଼ିପାରେ। ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ଅନୁଗୁଳ, ଡେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ