Masthead

୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଳିଛି ଆଶ୍ୱସ୍ତି ବର୍ଷା ସମ୍ଭାବନା । ସୃଷ୍ଟି ହୋଇଛି ଲଘୁଚାପ । ବର୍ଷା ଅଭାବରୁ ରାଜ୍ୟର ଅନେକ ସ୍ଥାନରେ ମରୁଡ଼ି ପଡିଥିଲା । ତେବେ ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପ୍ରଭାବରେ ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି, ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି ।

ଏହି ବର୍ଷା ଚାଷୀମାନଙ୍କ ପାଇଁ ସହାୟକ ହେବ ଆଶା କରାଯାଉଛି । ପାଣିପାଗ ବିଭାଗ ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟା ସୁଦ୍ଧା ମାଲକାନଗିରିରେ ୮୩ ମିଲିମିଟର, ଝାରସୁଗୁଡ଼ାରେ ୮୨ ମିମି, ଗୋପାଳପୁରରେ ୪୭, ବୌଦ୍ଧରେ ୪୩, ଫୁଲବାଣୀରେ ୩୭, ଛତ୍ରପୁରରେ ୩୦,ପାରଳାଖେମୁଣ୍ଡିରେ ୩୦, ବାରିପଦାରେ ୨୫ ମିମି ବର୍ଷା ହୋଇଛି । ଏହାଛଡା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରେ ବି ଭଲ ବର୍ଷା ହୋଇଛି । ଶୁକ୍ରବାର ରାଜ୍ୟର ଅଧିକାଂଶ ଜାଗାରେ ବର୍ଷା ହେବ । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ଦେବଗଡ଼ରେ ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଶନିବାର ବି ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି