୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଳିଛି ଆଶ୍ୱସ୍ତି ବର୍ଷା ସମ୍ଭାବନା । ସୃଷ୍ଟି ହୋଇଛି ଲଘୁଚାପ । ବର୍ଷା ଅଭାବରୁ ରାଜ୍ୟର ଅନେକ ସ୍ଥାନରେ ମରୁଡ଼ି ପଡିଥିଲା । ତେବେ ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପ୍ରଭାବରେ ଗୁରୁବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି, ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି ।

ଏହି ବର୍ଷା ଚାଷୀମାନଙ୍କ ପାଇଁ ସହାୟକ ହେବ ଆଶା କରାଯାଉଛି । ପାଣିପାଗ ବିଭାଗ ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟା ସୁଦ୍ଧା ମାଲକାନଗିରିରେ ୮୩ ମିଲିମିଟର, ଝାରସୁଗୁଡ଼ାରେ ୮୨ ମିମି, ଗୋପାଳପୁରରେ ୪୭, ବୌଦ୍ଧରେ ୪୩, ଫୁଲବାଣୀରେ ୩୭, ଛତ୍ରପୁରରେ ୩୦,ପାରଳାଖେମୁଣ୍ଡିରେ ୩୦, ବାରିପଦାରେ ୨୫ ମିମି ବର୍ଷା ହୋଇଛି । ଏହାଛଡା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରେ ବି ଭଲ ବର୍ଷା ହୋଇଛି । ଶୁକ୍ରବାର ରାଜ୍ୟର ଅଧିକାଂଶ ଜାଗାରେ ବର୍ଷା ହେବ । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ଦେବଗଡ଼ରେ ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଶନିବାର ବି ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!