Masthead

୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ । ୨୫ରେ ସୃଷ୍ଟି ହୋଇପାରେ ଆଉଏକ ଘୂର୍ଣ୍ଣିବଳୟ । ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଏହାର ପ୍ରଭାବ ଆଜି ମଧ୍ୟ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଜି ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅବିଭକ୍ତ କଟକ ଜିଲ୍ଲା, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପଟି ଆସନ୍ତା ୨ରୁ ୩ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଉତର ଓଡ଼ିଶା-ଉତର ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି । ସେପଟେ ଆସନ୍ତା ୨୫ ତାରିଖରେ ଉତର ବଙ୍ଗୋପସାଗରରେ ପୁଣିଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି