Masthead

୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୬ ଓ ୭ ତାରିଖ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି।

ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି। କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି।

ଆଜି ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।  ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ। ସେହିଭଳି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ