Masthead

ଆଜି ପ୍ରବଳରୁ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା। ରାଜ୍ୟରେ ମୌସୁମୀ ସକ୍ରିୟ ଥିବା କାରଣରୁ ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ସେପଟେ ଝାଡଖଣ୍ଡ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ୪ଦିନ ବର୍ଷା ଜାରି ରହିବ । ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡା, ନୂଆପଡା, ସମ୍ବଲପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ, କଟକ, ପୁରୀ, ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୨୪ ଘଣ୍ଟାରେ ମଧ୍ୟରେ ଅନୁଗୁଳରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଜି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିଭଳି ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା