Masthead

କାଳବୈଶାଖି ବର୍ଷା, ଚାଷୀ ମୁଣ୍ଡରେ ଚଡ଼କ

ବରଗଡ଼  (ବଡ଼ ଖବର ବ୍ୟୁରୋ):  ବରଗଡ଼ ଜିଲାରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣଙ୍କ ଜୀବନ ଚାଲିଯାଇଛି । କାଳବୈଶାଖୀ ଝଡ଼ ବର୍ଷା ସହ କୁଆପଥର ମାଡ଼ରେ ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ପଡିଛି । ଅମଳ ହେବାକୁ ଥିବା ଧାନ କେଣ୍ଡାରୁ ଧାନ କ୍ଷେତରେ ହିଁ ଝଡି ପଡିଛି । ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ବସ୍ତି ମିଳିଛି ସତ, କିନ୍ତୁ କୁଆପଥର ବୃଷ୍ଟି ଯୋଗୁ ଅମଳକ୍ଷମ ଅବସ୍ଥାରେ ରହିଥିବା ଚାଷୀଙ୍କ ଧାନଫସଲ ଉଜୁଡି ଯାଇଛି। ଗତ କିଛିଦିନ ହେଲା ଅଜଣା ରୋଗରେ ଧାନକେଣ୍ଡା ଶୁଖି ଯାଇଥିଲା।

ତା’ର ପ୍ରତିକାର ହୋଇ ପାରି ନ ଥିବା ବେଳେ କୁଆପଥର ବର୍ଷା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଜିଲା ପ୍ରଶାସନ କ୍ଷୟକ୍ଷତି ଆକଳନ କରି ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ବ୍ୟବସ୍ଥା କରିବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି। ସେପଟେ କାଳବୈଶାଖି ଯୋଗୁଁ ବ୍ୟାପକ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବାରୁ ଚାଷୀଙ୍କୁ ସବସିଡି ଇନ୍ସୁରାନ୍ସ ସହିତ କ୍ଷତିପୂରଣ ପାଇଁ ଓଡ଼ିଶା ରାଜ୍ୟ କୃଷକ ସଂଗଠନ, ଅତାବିରା, ଆନ୍ଦୋଳନ ଡାକରା ଦେଇଛି । ଆସନ୍ତାକାଲି ସକାଳ ୯ ଟାରେ ଶହ ଶହ ଚାଷୀ ଅତାବିରାରେ ବିରାଟ ରାଲି କରିବା ସହ ତହସିଲ ଅଫିସ ଘେରାଉ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ