କାଳବୈଶାଖି ବର୍ଷା, ଚାଷୀ ମୁଣ୍ଡରେ ଚଡ଼କ

ବରଗଡ଼  (ବଡ଼ ଖବର ବ୍ୟୁରୋ):  ବରଗଡ଼ ଜିଲାରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣଙ୍କ ଜୀବନ ଚାଲିଯାଇଛି । କାଳବୈଶାଖୀ ଝଡ଼ ବର୍ଷା ସହ କୁଆପଥର ମାଡ଼ରେ ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲ୍ଲା ଅତାବିରା ଅଞ୍ଚଳର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ପଡିଛି । ଅମଳ ହେବାକୁ ଥିବା ଧାନ କେଣ୍ଡାରୁ ଧାନ କ୍ଷେତରେ ହିଁ ଝଡି ପଡିଛି । ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ବସ୍ତି ମିଳିଛି ସତ, କିନ୍ତୁ କୁଆପଥର ବୃଷ୍ଟି ଯୋଗୁ ଅମଳକ୍ଷମ ଅବସ୍ଥାରେ ରହିଥିବା ଚାଷୀଙ୍କ ଧାନଫସଲ ଉଜୁଡି ଯାଇଛି। ଗତ କିଛିଦିନ ହେଲା ଅଜଣା ରୋଗରେ ଧାନକେଣ୍ଡା ଶୁଖି ଯାଇଥିଲା।

ତା’ର ପ୍ରତିକାର ହୋଇ ପାରି ନ ଥିବା ବେଳେ କୁଆପଥର ବର୍ଷା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଜିଲା ପ୍ରଶାସନ କ୍ଷୟକ୍ଷତି ଆକଳନ କରି ଚାଷୀମାନଙ୍କୁ କ୍ଷତିପୂରଣ ପ୍ରଦାନ ବ୍ୟବସ୍ଥା କରିବା ଦିଗରେ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି। ସେପଟେ କାଳବୈଶାଖି ଯୋଗୁଁ ବ୍ୟାପକ ଧାନ ଚାଷ କ୍ଷତିଗ୍ରସ୍ତ ହୋଇଥିବାରୁ ଚାଷୀଙ୍କୁ ସବସିଡି ଇନ୍ସୁରାନ୍ସ ସହିତ କ୍ଷତିପୂରଣ ପାଇଁ ଓଡ଼ିଶା ରାଜ୍ୟ କୃଷକ ସଂଗଠନ, ଅତାବିରା, ଆନ୍ଦୋଳନ ଡାକରା ଦେଇଛି । ଆସନ୍ତାକାଲି ସକାଳ ୯ ଟାରେ ଶହ ଶହ ଚାଷୀ ଅତାବିରାରେ ବିରାଟ ରାଲି କରିବା ସହ ତହସିଲ ଅଫିସ ଘେରାଉ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!