ଜଳବାୟୁ କାଚିବ ବର୍ଷା ! ସତର୍କ ରହିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି । Share this:FacebookX Bada Khabar Bureau October 2, 2020 ଭୂବନେଶ୍ୱର: ଦକ୍ଷିଣ ଓଡ଼ିଶା ଉପକୁଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃୁଷ୍ଟି ହୋଇଛି । ଏହାରି ପ୍ରଭାବରେ ଆସନ୍ତା ୬ ତାରିଖ ପର୍ଯନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହକୁ ଦୃଷ୍ଟିରେ ରଖି ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଥିବା ଜିଲ୍ଲା ଗଞ୍ଜାମ, ବଲାଙ୍ଗୀର, ସୋନପୁର, କେନ୍ଦୁଝର ଓ ମୟୁରଭଞ୍ଜରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହିତ କନ୍ଧାମାଳ ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ଆଦି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଲିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ସମୁଦ୍ର ଅସନ୍ତ ରହିବ ଏଥିପାଇଁ ଆସନ୍ତା ୫ ତରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କାରାଯାଛି । ଲଘୁଚାପ ପ୍ରଭାବରେ ଆସନ୍ତା ୪ ରୁ ୬ ତାରିଖ ପର୍ଯନ୍ତ ରଜ୍ୟର ଅଧିକାଶଂ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷାରେ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ମଧ୍ୟ ସମ୍ଭାବନା ଥିବାରୁ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବା ପାଇଁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଜଳ ନିଷ୍କାସନ, ପାହିଡିଆ ଅଞ୍ଚଳରେ ଭୂସ୍କଳନ ପ୍ରତି ନଜର ରଖିବା ପାଇଁ କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । Tags: Odisha Rain weather Continue Reading Previous Previous post: ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକାNext Next post: ଆଜି ଚେନ୍ନାଇକୁ ଭେଟିବ ହାଇଦ୍ରାବାଦ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Δ Related News ଆସୁଛି ଆଉ ଏକ ଲଘୁଚାପ October 11, 2021 ୨୬ରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ! September 20, 2021