Masthead

ଆସୁଛି ବଡ଼ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ବଡ଼ ବର୍ଷା । ଉପକୂଳ ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଜୋରଦାର ବର୍ଷା ହୋଇପାରେ । ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷା ନେଇ ୨୦ ଜିଲ୍ଲା ପାଇଁ ସତର୍କତା ଜାରୀ କରିଛି ପାରିପାଗ ବିଭାଗ । ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ, ଅଧା ଓଡ଼ିଶା ଅର୍ଥାତ୍ ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଆଜି ସକାଳ ସାଢେ ୮ଟାରୁ କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୨୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼  , ଝାରସୁଗୁଡ଼ା, ସମ୍ବଲପୁର , ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ , ଅନୁଗୋଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା , ନୟାଗଡ଼, ଗଞ୍ଜାମ, ଗଜପତି ।

ପାଣିପାଗ ବିଭାଗର ଆଳକନ ଅନୁଯାୟୀ, ରାଜ୍ୟରେ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ୨୦ ତାରିଖ ସାରା ଓଡ଼ିଶା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେପେଟ ୧୭ରୁ ୨୦ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ବା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଯାହା ପ୍ରଭାବରେ ରାଜ୍ୟରେ ପୁଣିଥରେ ପ୍ରବଳ ବର୍ଷା ହୋଇପାରେ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଏହି ସିଷ୍ଟମ୍ ସକ୍ରିୟ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛି ବଡ଼ ବର୍ଷା! 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ଆସୁଛି ବଡ଼ ବର୍ଷା! 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ